www.samajalive.in
Thursday, December 11, 2025
27.1 C
Bhubaneswar

ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ; ଭାରତୀୟ ପାଣିପାଗ ବିଭାଗ

ନୂଆଦିଲ୍ଲୀ : ରାଜ୍ୟର ବିଭିନ୍ନ ଅଞ୍ଚଳରେ ବୁଧବାର ଠାରୁ ବର୍ଷା ଲାଗି ରହିଥିବା ବେଳେ ଓଡ଼ିଶାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଗୁରୁବାର ବିଭାଗ ପକ୍ଷରୁ ଜାରି କରାଯାଇଥିବା ପାଣିପାଗ ବୁଲେଟିନରେ କୁହାଯାଇଛି ଯେ ସଦ୍ୟ ଉପଗ୍ରହ ଚିତ୍ର ଅନୁସାରେ ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଝାଡଖଣ୍ଡ, ଗାଙ୍ଗେୟ ପଶ୍ଚିମ ବଙ୍ଗ ଅଞ୍ଚଳର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

- Advertisement -

ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହିତ ପଶ୍ଚିମ ବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।

Hot this week

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

Related Articles

Popular Categories