www.samajalive.in
Sunday, December 7, 2025
26.1 C
Bhubaneswar

ତୀବ୍ର ହେଉଛି ବାତ୍ୟା, କେରଳରେ ପ୍ରବଳ ବର୍ଷା ଜାରି

ଆରବ ସାଗରରେ ସୃଷ୍ଟ ଲଘୁଚାପ ଧୀରେ ଧୀରେ ତୀବ୍ର ହେବାରେ ଲାଗିଛି। ଶନିବାର ସକାଳେ ଏହା ଗଭୀର ଅବପାତରେ ପରିଣତ ହୋଇଛି। କ୍ରମଶଃ ଏହା ଭୟଙ୍କର ସାମୁଦ୍ରିକ ଝଡ଼ ଏବଂ ପରେ ଅତି ଭୟଙ୍କର ସାମୁଦ୍ରିକ ଝଡ଼ର ରୂପ ନେବ। ବାତ୍ୟାର ନାମ ରଖାଯାଇଛି ‘ତୌକାତେ’। ବାତ୍ୟା ସ୍ଥଳଭାଗ ଛୁଇଁଲେ ଭୟଙ୍କର ରୂପ ନେବାର ଆଶଙ୍କା ରହିଛି। ଘଣ୍ଟାପ୍ରତି ୧୫୦ରୁ ୧୭୫ କିଲୋମିଟର ବେଗରେ ପବନ ବହିବାର ଆକଳନ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ଅନ୍ୟପଟେ ବାତ୍ୟା ପ୍ରଭାବରେ କେରଳରେ ଶନିବାର ସକାଳୁ ପ୍ରବଳ ବର୍ଷା ଆରମ୍ଭ ହୋଇଛି। ପ୍ରାୟ ୨୦ ସେଣ୍ଟିମିଟର ବର୍ଷା ହେବ ବୋଲି ଆଇଏମଡି ଆକଳନ କରିଛି।

ଗଭୀର ଅବପାତ ସମୁଦ୍ରରେ ବାତ୍ୟା ରୂପ ନେବା ପରେ ଗୁଜରାଟ ଏବଂ ପାକିସ୍ତାନ ଉପକୂଳ ଆଡ଼କୁ ମୁହାଁଇବ ପୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଭାଗ ପକ୍ଷରୁ ଚେତାବନୀ ଦିଆଯିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିବା ପାଇଁ ପ୍ରସ୍ତୁତିର ସମୀକ୍ଷା କରିବେ। ଏ ନେଇ ପ୍ରଧାନମନ୍ତ୍ରୀ ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ କରିବେ ବୋଲି ସୂଚନା ମିଳିଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories