www.samajalive.in
Sunday, December 7, 2025
26.1 C
Bhubaneswar

ପୁଣି ବର୍ଷିବ : କାଲିଠୁ ୫ ତାରିଖ ଯାଏଁ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ୩ରୁ ୪ଦିନ ପାଗ ଶୁଖିଲା ଥିବା ବେଳେ ପୁଣି ଆସନ୍ତାକାଲିଠୁ ୫ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କାଲିଠୁ ରାଜ୍ୟର ୮ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ସେହିପରି ୨ ତାରିଖ​‌ରେ ମଧ୍ୟ କିଛି ଜିଲାରେ ପ୍ରବଳ  ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୧ ତାରିଖରେ ରାଜ୍ୟର ୮ ଜିାରେ ପ୍ରବଳ ବର୍ଷା ହେବ। ସେଥି ପାଇଁ ଏହି ୮ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ଥିବା ଜିଲା ଗୁଡିକମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡ଼ା, ରାୟଗଡ଼ା, ଗଜପତି, ମାଲକାନଗିରି, ଯାଜପୁର ଜିଲା ରହିଛି। ଏହି ଜିଲାମାନଙ୍କରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

- Advertisement -

ସେହିପରି ୨ ତାରିଖରେ ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, ଅନୁଗୋଳ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷାନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବର୍ଷାକୁ ଦେଖି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ନିର୍ଦେଶ ଦିଆଯାଇଛି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories