www.samajalive.in
Friday, December 12, 2025
19.1 C
Bhubaneswar

୨୦ରୁ ପ୍ରବଳ ବର୍ଷା

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ସୌରାଷ୍ଟ୍ରରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ମଧ୍ୟରେ ମୌସୁମି ଟ୍ରଫ ଲାଇନ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କନ୍ଧମାଳ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ଭଦ୍ରକ ଓ ଗଜପତିରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ଥିବାବେଳେ ପରବର୍ତ୍ତୀ ୨୪ଘଣ୍ଟାରେ ଅଧିକ ବର୍ଷା ହୋଇପାରେ। ଆସନ୍ତା ୨୦ ତାରିଖରେ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବି​‌ଶେଷ କରି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର, ଢ଼େଙ୍କାନାଳ ଓ କଟକରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଆସନ୍ତା ୨୧ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶା ଏବଂ ୨୨ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ।
ପରବର୍ତ୍ତୀ ୨୪ଘଣ୍ଟାରେ ବୃଷ୍ଟିପାତ ପରିମାଣ ବଢ଼ିବାର ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଗତ ୨୪ଘଣ୍ଟା ମଧ୍ୟରେ ‌ବାଲେଶ୍ବର, କଟକ, ଭୁବନେଶ୍ବର ଓ ପୁରୀରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ପାଗ ଶୁଖିଲା ଥିଲା।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories