www.samajalive.in
Monday, December 8, 2025
14.1 C
Bhubaneswar

ରବିବାରଠାରୁ ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ବର : ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି।
ରବିବାର ଅନୁଗୋଳ, ଢ଼େଙ୍କାନାଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଆଦି ୫ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏହାଛଡ଼ା କଟକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୋନପୁର ଓ ଜଗତସିଂହପୁର ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ। ସେହିପରି ଆସନ୍ତା ୬ତାରିଖରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଘଡ଼ଘଡ଼ି ସହିତ ବର୍ଷା ହେବ। ଏହି ସମୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲାକୁ ୟେଲୋ ୱାର୍ନି ଜାରି କରାଯାଇଛି। ପରବର୍ତ୍ତୀ ଦୁଇ ଦିନରେ ଉତ୍ତର ଓଡ଼ିଶା ସମେତ ଅନ୍ୟ କେତେକ ଅଞ୍ଚଳରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।
ଗତ ୨୪ଘଣ୍ଟା ମଧ୍ୟରେ ଟିଟିଲାଗଡ଼ରେ ସର୍ବାଧିକ ୩୭ମିମି ବର୍ଷା ରେକର୍ଡ଼ କରାଯାଇଛି। ଏହାଛଡ଼ା ଗୋପାଳପୁରରେ ୨୭, କଟକରେ ୧୯, ମାଲକାନଗିରି, ଦାରିଙ୍ଗବାଡ଼ି ଓ ଛତ୍ରପୁରରେ ୧୩ ମିମି ଲେଖାଏଁ ବର୍ଷା ହୋଇଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories