www.samajalive.in
Saturday, December 13, 2025
21.1 C
Bhubaneswar

୬ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର : ସମୁଦ୍ର ପତ୍ତନରେ ଥିବା ନିମ୍ନଚାପ ରେଖା ଉତ୍ତର ପଞ୍ଜାବରୁ ହରିୟାଣା, ପଶ୍ଚିମ ଉତ୍ତର ପ୍ରଦେଶ, ଉତ୍ତର ଝାଡ଼ଖଣ୍ଡ ଏବଂ ଗା‌େ‌ଙ୍ଗୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଏହାସହିତ ଝାଡ଼ଖଣ୍ଡ ଏବଂ ତା’ର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିମି ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ଆଭ୍ୟନ୍ତରୀଣ ଓଡ଼ିଶା ମଧ୍ୟ ଦେଇ ଏକ ନିମ୍ନ ଚାପ ରେଖା ସମୁଦ୍ର ପତ୍ତନଠାରୁ ୧.୫ କିମି ଉଚ୍ଚତା ମଧ୍ୟରେ ଉତ୍ତର ଆନ୍ଧ୍ର ଉପକୂଳ ଯାଏଁ ଲମ୍ବିଛି।
ଏ ସମ୍ବନ୍ଧରେ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଏହାର ପ୍ରଭାବ ଏବଂ ମୌସୁମି ବାୟୁ ସକ୍ରିୟ ରହିବା ଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଯାଜପୁର, ଭଦ୍ରକ, ଢେଙ୍କାନାଳ, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଏବଂ କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ ଏବଂ ସୁନ୍ଦରଗଡ଼ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଅନୁଭୂତ ହୋଇପାରେ। ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ନୟାଗଡ଼ରେ ବର୍ଷା ୭୫ ମିମି ରେକର୍ଡ଼ କରାଯାଇଛି। ଗୋପାଳପୁର, ଅନୁଗୋଳ, କଟକ, ହୀରାକୁଦ, ତାଳଚେର, ଭବାନୀପାଟଣା, କୋରାପୁଟ, ଟିଟିଲଗଡ଼, ମାଲକାନଗିରି, ପାରଳାଖେମୁଣ୍ଡି ଏବଂ ରାୟଗଡ଼ାରେ ବର୍ଷା ଅନୁଭୂତ ହୋଇଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories