www.samajalive.in
Monday, December 15, 2025
17.1 C
Bhubaneswar

ଭୁବନେଶ୍ୱର ଏବଂ କଟକରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବାତ୍ୟା ‘ଗୁଲାବ’ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ଏବଂ କଟକରେ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୫୫ କି.ମି ପବନ ବହିବ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଭୁବନେଶ୍ୱରରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଗୋଟିଏରୁ ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୨/୩ ସେଣ୍ଟିମିଟର ବର୍ଷା ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୫ରୁ ୪୫ କି.ମି ରହିବ। ସ୍ଥଳବିଶେଷରେ ୫୫ କି.ମି ଛୁଇଁପାରେ। ପ୍ରବଳ ବର୍ଷା ଦ୍ୱାରା ନାଳ ନର୍ଦମାରେ ପାଣି ଆସିବ। ସୁରକ୍ଷିତ ଭାବେ ଘରେ ରହିବା, ଅଯଥା ବାହାରକୁ ବାହାରିବା ନାହିଁ, ଟ୍ରାଫିକ୍‌ ଜାମ୍‌ ନିୟନ୍ତ୍ରଣ ଏବଂ ବିଦ୍ୟୁତ୍‍ ତାର ପଡ଼ି ରହିଥିଲେ ପାଖକୁ ନଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories