www.samajalive.in
Saturday, December 6, 2025
23.1 C
Bhubaneswar

କଟକ-ଭୁବନେଶ୍ୱରରେ ଅତିପ୍ରବଳ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଡେସ୍କ :  କଟକ ଓ ଭୁବନେଶ୍ୱରରେ ଅତି ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି ।  ମାତ୍ର ଦେଢ଼ ଘଣ୍ଟାରେ ଭୁବନେଶ୍ୱରରେ ୭୧ ମିମି ବର୍ଷା ନେଇ ପାଣିପାଗ ବିଭାଗର ସୂଚନା ଦେଇଛି।

ଅତି ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ବିଭିନ୍ନ ସ୍ଥାନରେ ପାଣି ଜମି ରହିଛି । ଫଳରେ ଟୁଇନ୍‌ ସିଟିରେ ଟ୍ରାଫିକ୍‌ ସମସ୍ୟା ଦେଖା ଦେଇଛି । ପ୍ରାୟ ୨ ଘଣ୍ଟା କାଳ ଭୁବନେଶ୍ୱରରେ ଅତି ପ୍ରବଳ ବର୍ଷା ହୋଇଛି। ସ୍କୁଲ ଓ ଅଫିସ ଛୁଟି ସମୟ ହୋଇଥିବାରୁ ଲୋକ ବିଭିନ୍ନ ସ୍ଥାନରେ ଫସି ରହିଛନ୍ତି । ଭୁବନେଶ୍ୱରର ବିଭିନ୍ନ ରାସ୍ତାରେ ଆଣ୍ଠୁଏରୁ ଅଣ୍ଟାଏ ପାଣି ଜମି ରହିଛି । ଅନେକ ସ୍ଥାନରେ ଲୋକଙ୍କ ଘରେ ପାଣି ପଶିଛି।

- Advertisement -

କଟକ ସହରର ବାଦାମବାଡି ସମେତ ଅନେକ ସ୍ଥାନରେ ପାଣି ଜମି ରହିଛି । ପଟାପୋଲ, ବକ୍ସି ବଜାର, ରାଉସାପାଟଣା, ଫ୍ରେଣ୍ଡସ କଲୋନୀ ଓ ମହାନଦୀ ବିହାର ଆଦି ଅନେକ ସ୍ଥାନରେ ପାଣି ଜମି ରହିଥିବା ଜଣାଯାଇଛି।

ଅନ୍ୟପକ୍ଷରେ କଟକ-ଭୁବନେଶ୍ୱରରେ ବର୍ଷା ନେଇ ଓସଡମା ପକ୍ଷରୁ ସୂଚନା ଦିଆଯାଇଛି। କଟକରେ ୯୫.୮ ଓ ଭୁବନେଶ୍ୱରରେ ୧୨୬ ମିଲିମିଟର ବର୍ଷା ହୋଇଥିବା ରେକର୍ଡ ହୋଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories