www.samajalive.in
Sunday, December 7, 2025
23.1 C
Bhubaneswar

ଦିଲ୍ଲୀରେ ପ୍ରବଳ ବର୍ଷା : ଯାନବାହାନ ଚଳାଚଳ ପ୍ରଭାବିତ

ଦିଲ୍ଲୀ ଓ ଜାତୀୟ ରାଜଧାନୀ ଅଞ୍ଚଳରେ ଶୁକ୍ରବାର ରାତିରୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଲାଗି ରହିଛି। ଆଜି ଦିଲ୍ଲୀର ଆକାଶ ଆଂଶିକ ମେଘାଚ୍ଛନ୍ନ ରହିବା ସହିତ ଘଡ଼ଘଡ଼ି ସାଙ୍ଗକୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ପାଣି ଜମି
ରହିଥିବାରୁ ଯାନ ବାହାନ ଚଳାଚଳରେ ବାଧା ସୃଷ୍ଟି ହୋଇଛି।
ସଫଦରଜଙ୍ଗ ପାଣିପାଗ କାର୍ଯ୍ୟାଳୟ ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୮.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଚଳିତ ବର୍ଷାଋତୁରେ ଗୋଟିଏ ଦିନରେ ଏହା ସର୍ବାଧିକ ବର୍ଷା। ଭାରତୀୟ ପାଣିପାଗ ବିଭାଗର ବରିଷ୍ଠ ବୈଜ୍ଞାନିକ ଆର୍‍.କେ.ଜେନାମଣି କହିଛନ୍ତି ରବିବାର ପର୍ଯ୍ୟନ୍ତ ଦିଲ୍ଲୀରେ ବର୍ଷା ଜାରି ରହିବ। ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ପାଣି ଜମି
ରହିଥିବାରୁ ଯାନ ବାହାନ ଚଳାଚଳରେ ବାଧା ସୃଷ୍ଟି ହୋଇଛି। ଆଜାଦ୍‍ ମାର୍କେଟ୍‍ ଅଣ୍ଡର୍‍ପାସ୍‍ ଜଳମଗ୍ନ ହୋଇଥିବାରୁ ଏହି
ପଥ ଦେଇ ନଯିବା ପାଇଁ ଦିଲ୍ଲୀ ଟ୍ରାଫିକ୍‍ ପୋଲିସ୍‍ ସତର୍କ ସୂଚନା ଜାରି କରିଛି। ମିଣ୍ଟୋ ବ୍ରିଜ୍‍ ତଳେ ପାଣି ଜମିବାରୁ ସେହି ରାସ୍ତା ଦେଇ ଯାନବାହାନ ଚଳାଚଳ ବନ୍ଦ ରହିଛି।
ମୁଲ୍‍ଚାନ୍ଦ ଅଣ୍ଡରପାସ୍‍, ପ୍ରହଲାଦପୁର ଅଣ୍ଡରପାସ୍‍, ସଞ୍ଜୟ ଟି-ପଏଣ୍ଟ୍‍, ଖାଇବରପାସ୍‍ ଓ ବକରୱାଲା ରେ ପାଣି ଜମି
ରହିଛି ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories