www.samajalive.in
Sunday, December 7, 2025
14.1 C
Bhubaneswar

ଗୁଜରାଟରେ ପ୍ରବଳ ବର୍ଷା: ଆଜି ସ୍କୁଲ, କଲେଜ ଛୁଟି ଘୋଷଣା

ଅହମ୍ମଦାବାଦ : ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜନଜୀବନ ବିପର୍ଯ୍ୟସ୍ତ ହୋଇପଡିଛି। ବିଗତ ଚବିଶ ଘଣ୍ଟା ମଧ୍ୟରେ କେବଳ ଅହମ୍ମଦାବାଦରେ ୮୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଗାମୀ ଦୁଇ ତିନିଦିନ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ ଚେତାବନୀ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଆଜି (ମଙ୍ଗଳବାର) ସବୁ ସ୍କୁଲ କଲେଜକୁ ଛୁଟି ଘୋଷଣା କରାଯାଇଛି। ରେଳଧାରଣା ଉପରେ ବର୍ଷାଜଳ ପ୍ରବାହିତ ହେଉଥିବାରୁ ତିନିଟି ଟ୍ରେନ ଯଥା ଅହମ୍ମଦାବାଦ-ଭଦୋଦରା ଇଣ୍ଟରସିଟି ଏକ୍ସପ୍ରେସ, ଭଦୋଦରା-ଅହମ୍ମଦାବାଦ ଏକ୍ସପ୍ରେସ ଏବଂ ଭଦୋଦରା-ଜାମନଗର ଏକ୍ସପ୍ରେସକୁ ବାତିଲ କରାଯାଇଛି। ଭଦୋଦରାସ୍ଥିତ ଆଜୱା ଡ୍ୟାମ୍‌ର ଜଳସ୍ତର ବିପଦ ସଙ୍କେତର ନିକଟତର ହୋଇଛି। ଆଗାମୀ ଦିନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଇଏମଡି ପକ୍ଷରୁ ସୁରଟ, ରାଜକୋଟ, ଡାମନ, ଦାଦ୍ରା ଓ ନଗର ହାଭେଳିକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories