www.samajalive.in
Sunday, December 7, 2025
26.1 C
Bhubaneswar

ସାରା ରାଜ୍ୟରେ ପ୍ରବଳ ବର୍ଷିବ : ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶା ଛୁଇଁଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସ୍ପଷ୍ଟ କରାଯାଇଛି। ମୌସୁମୀ ଏବେ ଓଡ଼ିଶାର ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ, ବରଗଡ଼, ବଲାଙ୍ଗୀର, ସୋନପୁର, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀର କିଛି ଅଂଶକୁ ଛୁଇଁଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସମଗ୍ର ଓଡ଼ିଶାକୁ ଛୁଇଁବାର ସମ୍ଭାବନା ରହିଛି ବୋଲି ଆଇଏମଡି କହିଛି।
ଅପରପକ୍ଷରେ ବଙ୍ଗୋପସାଗରରେ ଆସନ୍ତାକାଲି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସମଗ୍ର ଓଡ଼ିଶା, ପଶ୍ଚିମବଙ୍ଗ, ଝାରଖଣ୍ଡରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ସତର୍କତା ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୧୧ ତାରିଖ ସକାଳ ସୁଦ୍ଧା ରାଜ୍ୟର ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ବୌଦ୍ଧ, ଗଂଜାମ, କନ୍ଧମାଳ, କଳାହାଣ୍ଡି, ସୁବର୍ଣ୍ଣପୁର, ବଲାଙ୍ଗୀର, ନୟାଗଡ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବରଗଡ, ଢେଙ୍କାନାଳ, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୧ ଓ ୧୨ ତାରିଖ ରାଜ୍ୟର କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ମଧ୍ୟରେ କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର, ନୟାଗଡ, ସୁବର୍ଣ୍ଣପୁର, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ରେଡ୍‍ ୱାର୍ଣ୍ଣିଂ ଜାରୀ କରାଯାଇଛି। ସେହିପରି ଗଂଜାମ, କଟକ, ଅନୁଗୁଳ, ସମ୍ବଲପୁର, ବରଗଡ, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ରାୟଗଡା, ଗଜପତି, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୨ ତାରିଖ ସକାଳ ଠାରୁ ୧୩ ତାରିଖ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ, କଳାହାଣ୍ଡି, ବୌଦ୍ଧ, ସମ୍ବଲପୁର, ଅନୁଗୁଳ ଓ ନବରଙ୍ଗପୁର ଜିଲ୍ଲାକୁ ରେଡ୍‍ ୱାର୍ଣ୍ଣିଂ , ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ନୟାଗଡ, କଟକ, ଢେଙ୍କାନାଳ , ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଦେବଗଡ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ପୁରୀ, ଗଜପତି ଓ ଗଂଜାମ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ପ୍ରବଳ ବର୍ଷା ଯୋଗୁଁ ଅକସ୍ମାତ୍‍ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ସେହିପରି ମାଟିରାସ୍ତା ଧସିଯିବା, ବିପଦସଙ୍କୁଳ ଅବସ୍ଥାରେ ଥିବା କୋଠା କ୍ଷତିଗ୍ରସ୍ତ ହେବା, ପାହାଡ଼ିଆ ଅଞ୍ଚଳରେ ଭୂ-ସ୍ଖଳନ ଓ ପୌରାଞ୍ଚଳରେ ଯାତାୟାତ ବାଧାପ୍ରାପ୍ତ ହୋଇପାରେ। ଏଥିଯୋଗୁଁ ପନିପରିବା ଚାଷ ମଧ୍ୟ ନଷ୍ଟ ହେବାର ସମ୍ଭାବନା ରହିଛି। ବିଭିନ୍ନ ଅଞ୍ଚଳରେ ଝଡ଼ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ୧୨ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories