www.samajalive.in
Monday, December 8, 2025
20.1 C
Bhubaneswar

୨୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର : ଆସନ୍ତା ୨୩ ତାରିଖ ସୁଦ୍ଧା ଉତରପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ନୟାଗଡ଼଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ,ବୌଦ୍ଧ, କନ୍ଧମାଳ, ରାୟଗଡ଼଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୨୦ରୁ ୨୧ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ,, କନ୍ଧମାଳ,କଳାହାଣ୍ଡି, ନବରଙ୍ଗପୁର, ରାୟଭଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି।ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ଏହ ିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଏହା ବ୍ୟତୀତ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories