www.samajalive.in
Sunday, December 7, 2025
13.1 C
Bhubaneswar

ଓଡ଼ିଶାରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ: ୭ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଆଜି ଆଉ କିଛି ଜିଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରାଜ୍ୟର ୭ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ନେଇ ରାଜ୍ୟର ୧୧ଟି ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, କୋରାପୁଟ, ନବରଙ୍ଗପୁରକୁ ୱେଲୋ ୱାର୍ଣ୍ଣିଂ ହୋଇଛି।
ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଲଘୁଚାପ ଯୋଗୁ ଆଜି ରାଜ୍ୟର ୭ ଜିଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସବୁ ଜିଲାରେ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ପରିସ୍ଥିତିର ସାମ୍ନା କରିବାକୁ ସମ୍ପୂର୍ଣ ପ୍ରସ୍ତୁତ ରହିବାକୁ ସମ୍ପୃକ୍ତ ଜିଲା ପ୍ରଶାସନମାନଙ୍କୁ ରାଜ୍ୟ ସରକାର ନିର୍ଦେଶ ଦେଇଛନ୍ତି।

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। କେତେକ ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ହେଉଥିବା ଖବର ମିଳିଛି। ଏହାକୁ ଦେଖି ରାଜ୍ୟର ବିଭିନ୍ନ ଜିଲାର ତଳୁଆ ଅଞ୍ଚଳ, ଜଳ ଭଣ୍ଡାର ଓ ନଦୀ ତଟବର୍ତ୍ତୀ ଅଞ୍ଚଳରେ ଲୋକଙ୍କ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ପଦକ୍ଷେପମାନ ନିଆଯିବାକୁ କୁହାଯାଇଛି। ସମସ୍ତ ବ୍ଲକର ବିଡିଓ ଏବଂ ତହସିଲଦାରଙ୍କୁ ସଜାଗ ରହିବାକୁ ସରକାରଙ୍କ ପକ୍ଷରୁ ନିର୍ଦେଶ ଦିଆଯାଇଛି l

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories