ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜିଲ୍ଲା ମାଲକାନଗିରି, କୋରାପୁଟ, ନୟାଗଡ, କଟକ ଓ କନ୍ଧମାଳ ଆଦି ୫ ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ , ଜଗତସିଂହପୁର, ପୁରୀ ,ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ଢେଙ୍କାନାଳ, କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି , ବୌଦ୍ଧ ଓ ଅନୁଗୁଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାଗୁଡିକ ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ସେହିପରି ଆସନ୍ତାକାଲି ସକାଳ ସୁଦ୍ଧା ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୁଳ, ଢେଙ୍କାନାଳ , କଟକ , ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।



