www.samajalive.in
Sunday, December 14, 2025
26.1 C
Bhubaneswar

ପୁଣି ଲଘୁଚାପ , ୧୫ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା

ଭୁବନେଶ୍ୱର: ରବିବାର ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବକୁ ଥିବା ବେଳେ ତାହାର ପ୍ରଭାବରେ ଶନିବାର ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ମାଲକାନାଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଅନ୍ୟ ପକ୍ଷରେ ଶନିବାର ସଂଧ୍ୟା ୮ଟା ସୁଦ୍ଧା ରାଜ୍ୟର ୧୫ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା ରହିଛି। ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ, କଟକ, ପୁରୀ ଓ ଖୋର୍ଦ୍ଧା ଆଦି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରା ଯାଇଛି । ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେଣୁ ଏହିସବୁ ଜିଲ୍ଲାବାସୀ  ନିର୍ଦ୍ଧାରିତ ସମୟ ପର୍ଯ୍ୟନ୍ତ ସତର୍କ ରହିବା ସହ ଘରୁ ନାବାହାରିବାକୁ ପରାମର୍ଶ ଦିଆଯାଇଛି।

ଏହି ସମୟରେ ପ୍ରବଳ ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବ । ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

- Advertisement -

ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ ଜିଲା ଫିରିଙ୍ଗିଆ, ଦେବଗଡ ଜିଲା ବାରକୋଟ ଠାରେ ସର୍ବଧିକ ୫ ସେମି ଳେଖାଁଏ ବର୍ଷା ରେକର୍ଡ କରାଯାଇଛି।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories