www.samajalive.in
Saturday, December 6, 2025
23.1 C
Bhubaneswar

ରାଜ୍ୟରେ ଲଘୁଚାପ ପ୍ରଭାବ : ୩ ଯାଏ ବର୍ଷିବ, ୮ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର : ସାରା ରାଜ୍ୟରେ ରବିବାର ସନ୍ଧ୍ୟାରୁ ଲଘୁଚାପଜନିତ ବର୍ଷା ଲାଗିରହିଛି। ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୩ ତାରିଖ ପର୍ୟ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଏନେଇ ଆଜି ୮ଟି ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ଅନୁଗୁଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଢେଙ୍କାନାଳ ଜିଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କୁହାଯାଇଛି। ଏହା ସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଆଦି ୧୪ ଜିଲାରେ ମଧ୍ୟମରୁ ସାମାନ୍ୟ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories