www.samajalive.in
Friday, December 5, 2025
20.1 C
Bhubaneswar

ଆଜି ଉତ୍ତରରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି। ସମ୍ବଲପୁରର ବାମରାରେ ସର୍ବାଧିକ ୧୭୬.୪ମି.ମି.ବର୍ଷା ରେକର୍ଡ଼ ହୋଇଛି। ସୁନ୍ଦରଗଡର ବାଲିଶଙ୍କରାରେ ୧୧୨ମି.ମି. ଏବଂ କୋରାପୁଟର କୋଟପାଡରେ ୯୭ମି.ମି. ବର୍ଷା ହୋଇଛି। ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର ଏବଂ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇଛି। ଲଘୁଚାପ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଝାଡଖଣ୍ଡ ମୁହଁାଇବ। ଏହାର ପ୍ରଭାବରେ ଆସନ୍ତା ୫ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହିତ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମଙ୍ଗଳବାର ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ମଧ୍ୟରେ କଟକରେ ସବୁଠୁ ଅଧିକ ୭୬.୨ମି.ମି. ବର୍ଷା ହୋଇଥିବା ବେଳେ କୋରାପୁଟରେ ୭୦ମି.ମି., ନବରଙ୍ଗପୁର ୧୬.୪, ଖୋର୍ଦ୍ଧା ୧୫, ବରଗଡ ୧୨.୮, ଭବାନୀପାଟଣାରେ ୧୩.୬ମି.ମି.ବର୍ଷା ହୋଇଛି।

ଭୁବନେଶ୍ବର ସହିତ ଚାନ୍ଦବାଲି, ଗୋପାଳପୁର, ଢେଙ୍କାନାଳରେ ବର୍ଷା ଲାଗି ରହିଥିଲା। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କେତେକ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି.ବେଗରେ ପବନ ବହିବାର ସମ୍ଭାବନା ରହିଛି, ତେଣୁ ଏହି ତିନି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଦେବଗଡ, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ ଏବଂ ବରଗଡ ଜିଲାକୁ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡିକୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories