୭ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା, ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି

0

ଭୁବନେଶ୍ୱର: ମୌସୁମୀ ବର୍ଷା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଅନୁଗୁଳ, ଦେବଗଡ ଓ ସୁନ୍ଦରଗଡ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଅଶଙ୍କା କରାଯାଉଛି । ସୁନ୍ଦରଗଡ, ଦେବଗଡ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଏହି ଜିଲା ଗୁଡିକରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୩୫ରୁ ୪୫ କିମି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ବାରଣ କରାଯାଇଛି ।

Leave A Reply