www.samajalive.in
Sunday, November 16, 2025
15.1 C
Bhubaneswar

ଜମ୍ମୁ-କାଶ୍ମୀରରେ ପ୍ରବଳ ବର୍ଷା; ଘୂର୍ଣ୍ଣିବଳୟ ଯୋଗୁଁ ଆଗକୁ ଏହି ସବୁ ରାଜ୍ୟରେ ପ୍ରବଳ ବର୍ଷିବ

 

ନୂଆଦିଲ୍ଲୀ: ଦେଶରେ ବିଭିନ୍ନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ଜମ୍ମୁ-କାଶ୍ମୀରର ଅନେକ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପୁଲୱାମା ଜିଲାର ତ୍ରିରଙ୍ଗା ଗାଁରେ ବର୍ଷା ହେବା ଦ୍ୱାରା ସମଗ୍ର ଅଂଚଳ ଜଳମଗ୍ନ ହୋଇଛି। ପରେ ଯବାନମାନେ ଗ୍ରାମବାସୀଙ୍କୁ ଉଦ୍ଧାର କରିଥିଲେ। ଦେଶରେ ଅନେକ ରାଜ୍ୟରେ ପାଣିପାଗ ପରିବର୍ତ୍ତନ ହେଉଛି। ପ୍ରବଳ ଉତ୍ତାପ ମଧ୍ୟରେ ଅନେକ ରାଜ୍ୟରେ କାଳବୈଶାଖୀ ବର୍ଷା ସହ କୁଆପଥର ମାଡ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଶୁକ୍ରବାର ପଞ୍ଜାବରେ ପ୍ରବଳ କୁଆପଥର ମାଡ ହେବା ସହ ବର୍ଷା ହୋଇଥିଲା। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୨୨ ତାରିଖରୁ ଅନେକ ରାଜ୍ୟରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହୋଇପାରେ।

- Advertisement -

ଜମ୍ମୁ-କାଶ୍ମୀର ବ୍ୟତୀତ ଏପ୍ରିଲ ୨୦ରୁ ୨୪ ମଧ୍ୟରେ ଲଦାଖ, ମୁଜାଫରବାଦ ଏବଂ ହିମାଚଳ ପ୍ରଦେଶରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହୋଇପାରେ। ଉତ୍ତର ଏବଂ ଉତ୍ତର ପୂର୍ବ ଭାରତ ପାଇଁ ଜାରୀ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ ଏପ୍ରିଲ ୨୦ରୁ ୨୨ ପର୍ଯ୍ୟନ୍ତ ପଞ୍ଜାବ, ହରିୟାଣା, ଚଣ୍ଡିଗଡ, ଦିଲ୍ଲୀ, ପଶ୍ଚିମ ଉତ୍ତରପ୍ରଦେଶ, ରାଜସ୍ଥାନ ଏବଂ ପୂର୍ବ ଉତ୍ତରପ୍ରଦେଶର ବିଭିନ୍ନ ଅଂଚଳରେ ବଜ୍ରପାତ ଏବଂ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories