www.samajalive.in
Monday, December 15, 2025
26.1 C
Bhubaneswar

କାଶ୍ମୀରରେ ପ୍ରବଳ ବରଫପାତ

ଶ୍ରୀନଗର : କାଶ୍ମୀର ଓ ଏହାର ଆଖପାଖ ଅଞ୍ଚଳରେ ପ୍ରବଳ ବରଫପାତ ଜାରି ରହିଛି । ଏହାଫଳରେ ଉତ୍ତରଭାରତରେ ମାର୍ଚ୍ଚ ମାସ ପର୍ଯ୍ୟନ୍ତ ଶୀତ ପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗୁରୁବାର ଜାମ୍ମୁ-କାଶ୍ମୀରର ଲଦାଖ ଅଞ୍ଚଳରେ ଚଳିତ ଋତୁର ସର୍ବାଧିକ ବରଫପାତ ହୋଇଥିଲା। ପ୍ରାୟ ୧୦ଇଞ୍ଚ ବହଳର ବରଫ ପଡ଼ିବାରୁ ଲେହ ଅଞ୍ଚଳରେ ସ୍ୱାଭାବିକ ଜୀବନଯାତ୍ରା ଗୁରୁତର ଭାବେ ବ୍ୟାହତ ହୋଇଥିଲା। ପ୍ରବଳ ବରଫପାତ ଯୋଗୁଁ ବିମାନସେବା ମଧ୍ୟ ବାତିଲ ହୋଇଛି। ଜାମ୍ମୁ-କାଶ୍ମୀର, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡର କେତେକ ଅଞ୍ଚଳରେ ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବରଫପାତ ସହ କେତେକ ସ୍ଥାନରେ ବର୍ଷାର ସମ୍ଭାବନ ରହିଛି। ଉତ୍ତରପ୍ରଦେଶ, ପଞ୍ଜାବ ଏବଂ ଆଖପାଖ କେତେକ ରାଜ୍ୟରେ ଏହି ସମୟ ମଧ୍ୟରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories