www.samajalive.in
Monday, December 15, 2025
24.1 C
Bhubaneswar

କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ

ସମାଜ ଡିଜିଟାଲ ଡେସ୍କ: କେଦାରନାଥ ନିକଟରେ ରବିବାର ସକାଳେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରଟି କେଦାରନାଥର ଗୌରୀକୁଣ୍ଡ ଜଙ୍ଗଲରେ ଦୁର୍ଘଟଣାର ଶିକାର ହୋଇଛି। ଏଥିରେ ୫ ଯାତ୍ରୀ ଓ ୨ ପାଇଲଟଙ୍କୁ ମିଶାଇ ମୋଟ ୭ ଜଣ ଥିଲେ। ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି।

ହେଲିକପ୍ଟରଟି ଆର୍ଯ୍ୟନ କମ୍ପାନୀର ବୋଲି ଜଣାପଡ଼ିଛି। ଏହା ଡେରାଡୁନରୁ କେଦାରନାଥ ଅଭିମୁଖେ ଯାତ୍ରା କରୁଥିଲା। ଖରାପ ପାଗ ଯୋଗୁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ଖବର ମିଳିବା ପରେ ସ୍ଥାନୀୟ ପୁଲିସ ଏବଂ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ପାଇଁ ଉଦ୍ୟମ ଆରମ୍ଭ ହୋଇଛି।

Hot this week

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

Related Articles

Popular Categories