www.samajalive.in
Wednesday, December 10, 2025
26.1 C
Bhubaneswar

ହେମନ୍ତ ସୋରେନଙ୍କ ଗିରଫ ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି

ରାଞ୍ଚି: ଜମି ବଦଳରେ ଚାକିରି ଦୁର୍ନୀତି ମାମଲାରେ ଜେଲ ଯାଇଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ହେମନ୍ତଙ୍କୁ ଗିରଫ କରାଯିବା ନେଇ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗିରଫଦାରୀ ବିରୋଧରେ ହେମନ୍ତ ସୋରେନ ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରିଛନ୍ତି । ଜଷ୍ଟିସ ସଞ୍ଜୀବ ଖାନ୍ନା, ଜଷ୍ଟିସ ଏମ. ଏମ. ସୁନ୍ଦରେଶ ଓ ଜଷ୍ଟିସ ବେଲା ଏମ୍ ତ୍ରିବେଦୀଙ୍କୁ ନେଇ ଗଠିତ ସ୍ୱତନ୍ତ୍ର ଖଣ୍ଡପୀଠ ସକାଳ ସାଢ଼େ ୧୦ଟାରେ ଏହି ମାମଲାର ଶୁଣାଣି କରିବେ । ଇଡିର ଗିରଫଦାରୀକୁ ସୁପ୍ରିମକୋର୍ଟରେ ଚାଲେଞ୍ଜ କରିଥିଲେ ହେମନ୍ତ ସୋରେନ । ଏହା ବ୍ୟତୀତ ସ୍ୱତନ୍ତ୍ର ଇଡ଼ି କୋର୍ଟରେ ହେମନ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି କରାଯାଇପାରେ। ଗତ ଗୁରୁବାର ଇଡି ହେମନ୍ତ ସୋରେନଙ୍କୁ ସ୍ୱତନ୍ତ୍ର କୋର୍ଟରେ ହାଜର କରିବା ପରେ ୧୦ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ମାଗିଥିଲା। ଏହାର ନିଷ୍ପତି ସଂରକ୍ଷିତ ରଖାଯାଇଛି।

ସେପଟେ ଝାଡଖଣ୍ଡରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ଚମ୍ପାଇ ସୋରେନ। ସଂଖ୍ୟା ଗରିଷ୍ଠତା ପ୍ରମାଣ କରିବାକୁ ରାଜ୍ୟପାଳ ଚମ୍ପଇ ସୋରେନଙ୍କୁ ୧୦ ଦିନ ସମୟ ଦେଇଛନ୍ତି। ଗୁରୁବାର ସନ୍ଧ୍ୟାରେ ଚମ୍ପାଇ ସୋରେନ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ କରିବାକୁ ଦାବି କରିଛନ୍ତି। ଚମ୍ପାଇ ସୋରେନ ଦାବି କରିଛନ୍ତି ଯେ ତାଙ୍କର ୪୭ଜଣ ବିଧାୟକଙ୍କ ସମର୍ଥନ ରହିଛି।

- Advertisement -

 

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories