www.samajalive.in
Sunday, December 7, 2025
13.1 C
Bhubaneswar

୫ ଦିନିଆ ଇଡି ରିମାଣ୍ଡରେ ହେମନ୍ତ ସୋରେନ

ରାଞ୍ଚି: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ରାଞ୍ଚିର ଏକ ଅଦାଲତ ୫ ଦିନିଆ ଇଡି ରିମାଣ୍ଡରେ ପଠାଇଛନ୍ତି। ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ସୋରେନଙ୍କୁ ୧୦ ଦିନ ରିମାଣ୍ଡରେ ନେବାକୁ ଅନୁମତି ମାଗିଥିବା ବେଳେ ଅଦାଲତ ୫ ଦିନର ଅନୁମତି ଦେଇଛନ୍ତି। ଜମି ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଦୀର୍ଘ ସମୟର ପଚରାଉଚରା ପରେ ଜେଏମଏମ ନେତା ହେମନ୍ତ ସୋରେନଙ୍କୁ ବୁଧବାର ଇଡି ଗିରଫ କରିଥିଲା।

ସୂଚନାଯୋଗ୍ୟ, ହେମନ୍ତ ସୋରେନ ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିବା ବେଳେ ସେଠାରୁ ତାଙ୍କୁ କୌଣସି ଆଶ୍ବସ୍ତି ମିଳିନାହିଁ। ସୁପ୍ରିମକୋର୍ଟ ତାଙ୍କୁ ପ୍ରଥମେ ହାଇକୋର୍ଟ ଯିବାକୁ ନିର୍ଦେଶ ଦେଇଛନ୍ତି। ଏବେ ସୋରେନଙ୍କ ଆବେଦନ ଉପରେ ହାଇକୋର୍ଟରେ ଶୁଣାଣି ହୋଇପାରେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories