www.samajalive.in
Wednesday, December 10, 2025
26.1 C
Bhubaneswar

ହେମନ୍ତ ସୋରେନଙ୍କ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ: କହିଲେ ପ୍ରଥମେ ହାଇକୋର୍ଟ ଯାଅନ୍ତୁ

ରାଞ୍ଚି: ଜମି ବଦଳରେ ଚାକିରି ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲ ଯାଇଥିବା ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟଙ୍କ ଠାରୁ ବଡ ଝଟକା ଲାଗିଛି। ଗିରଫଦାରୀକୁ ବିରୋଧ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ହେମନ୍ତ। ହେଲେ ଏହି ମାମଲାରେ ଶୁଣାଣି କରିବାକୁ ମନା କରିଛନ୍ତି ସୁପ୍ରିମକୋର୍ଟ। ହେମନ୍ତଙ୍କ ଓକିଲଙ୍କୁ ପଚାରିଥିଲେ ଯେ ଆପଣ ସିଧାସଳଖ ସୁପ୍ରିମକୋର୍ଟ କାହିଁକି ଆସିଲେ, ପ୍ରଥମେ ହାଇକୋର୍ଟ ଯିବାକୁ ପରାମର୍ଶ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ। ଜଷ୍ଟିସ୍‍ ସଞ୍ଜୀବ ଖାନ୍ନା, ଜଷ୍ଟିସ୍‍ ଏମ୍‍ ସୁନ୍ଦରେଶ ଏବଂ ଜଷ୍ଟିସ୍‍ ବେଲା ଏମ୍‍ ତ୍ରିବେଦୀଙ୍କ ନେଇ ଗଠିତ ସ୍ୱତନ୍ତ୍ର ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି।

ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ହେମନ୍ତ ସୋରେନ ସୁପ୍ରିମକୋର୍ଟ ଯାଇଥିଲେ। ଗୁରୁବାର ଇଡି ହେମନ୍ତ ସୋରେନଙ୍କୁ ସ୍ୱତନ୍ତ୍ର କୋର୍ଟରେ ହାଜର କରିବା ପରେ ୧୦ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ମାଗିଥିଲା। ଏହାର ନିଷ୍ପତି ସଂରକ୍ଷିତ ରଖାଯାଇଛି। ଶୁକ୍ରବାର ଏହାର ଶୁଣାଣି କରାଯିବ।

Hot this week

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

Related Articles

Popular Categories