ଶପଥ ନେଲେ ହେମନ୍ତ ସୋରେନ
ରାଞ୍ଚି: ଝାଡ଼ଖଣ୍ଡର ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ) ନେତା ହେମନ୍ତ ସୋରେନ। ଗୁରୁବାର ସେ ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ରାଞ୍ଚିର ମୋରହାବାଦି ମୈଦାନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗୱାର ହେମନ୍ତ ସୋରେନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଅବସରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ।
Comments are closed.