www.samajalive.in
Friday, December 5, 2025
23.1 C
Bhubaneswar

୨୬ରେ ହେମନ୍ତ ସୋରେନଙ୍କ ଶପଥ ଗ୍ରହଣ

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଝାଡ଼ଖଣ୍ଡରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ନୂତନ ସରକାର ଗଠନ ପ୍ରକ୍ରିୟା ତୀବ୍ର ହୋଇଛି। ସୂଚନା ମୁତାବକ, ନୂଆ ମୁଖ୍ୟମନ୍ତ୍ରୀ ଭାବେ ହେମନ୍ତ ସୋରେନଙ୍କ ଶପଥ ଗ୍ରହଣ ସମାରୋହ ନଭେମ୍ବର ୨୬ରେ ଆୟୋଜିତ ହେବାକୁ ଯାଉଛି। ଏହି ସମାରୋହରେ ବିରୋଧୀ ଦଳର ଅନେକ ବଡ଼ ନେତା ମଧ୍ୟ ସାମିଲ ହେବେ। ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ଆପ୍‌ ସଂଯୋଜକ ଅରବିନ୍ଦ କେଜ୍ରିୱାଲ, ଆରଜେଡି ନେତା ତେଜସ୍ୱୀ ଯାଦବ ପ୍ରମୁଖ ଏହି ସମାରୋହରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ସୂଚନାଯୋଗ୍ୟ, ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ) ନେତୃତ୍ୱାଧୀନ ମେଣ୍ଟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ୫୬ ଆସନ ସହ ଜବରଦସ୍ତ ବିଜୟ ହାସଲ କରି ​​କ୍ଷମତା ବଜାୟ ରଖିଛି। ଜେଏମଏମ ନେତୃତ୍ୱାଧୀନ ମେଣ୍ଟ ୮୧ ସଦସ୍ୟ ବିଶିଷ୍ଟ ବିଧାନସଭାରେ ୫୬ଟି ଆସନ ଜିତିଥିବାବେଳେ ବିଜେପି ନେତୃତ୍ଵାଧୀନ ଏନଡିଏ ମେଣ୍ଟକୁ ମାତ୍ର ୨୪ଟି ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories