କଟକ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ କଳ୍ପେଶ ସତ୍ୟେନ୍ଦ୍ର ଜାଭେରିଙ୍କୁ ନିଯୁକ୍ତ କରାଯାଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ବିନୀତ ଶରଣଙ୍କ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ହୋଇଥିବାରୁ ତାଙ୍କ ସ୍ଥାନରେ ଜଷ୍ଟିସ୍ ଜାଭେରିଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଯୁକ୍ତି ଦେଇଛନ୍ତି। କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ଜାରି ଏକ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି।



