www.samajalive.in
Sunday, December 7, 2025
13.1 C
Bhubaneswar

ବ୍ରହ୍ମପୁର ଏସପିଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମପୁର ଏସପି ଶ୍ରବଣା ବିବେକ ଏମ୍‌ଙ୍କ ପାଇଁ ବଢିଲା ଅଡୁଆ । ନିର୍ବାଚନୀ ମାମଲାରେ ବ୍ରହ୍ମପୁର ଏସପିଙ୍କୁ ଜବାବ ମାଗିଛନ୍ତି ହାଇକୋର୍ଟ । ବ୍ରହ୍ମପୁର ବିଜେପି ବିଧାୟକ କେ.ଅନିଲ କୁମାରଙ୍କ ବିରୋଧରେ ରୁଜୁ ନିର୍ବାଚନୀ ମାମଲାରେ ଏସପିଙ୍କୁ ନୋଟିସ କରାଯାଇଛି । ପୀତବାସ ପଣ୍ଡା ହତ୍ୟା ମାମଲାରେ ଗଣମାଧ୍ୟମକୁ ଏସପି ଦେଇଥିବା ବୟାନକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଅଦାଲତ । ନିର୍ବାଚନ ମାମଲା ବିଚାରଧୀନ ଥିବା ବେଳେ ଏସପିଙ୍କ ବୟାନକୁ କୋର୍ଟ କଡା ନିନ୍ଦା କରିଛନ୍ତି । ଏସପିଙ୍କ ବୟାନ କାହିଁକି ଅଦାଲତ ଅବମାନନା ଭାବେ ଗ୍ରହଣ କରାଯିବ ନାହିଁ ତାହାର ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ । ଆସନ୍ତା ୭ତାରିଖ ସୁଦ୍ଧା ଲିଖିତ ଜବାବ ଦେବାକୁ ନିର୍ଦେଶ ଦିଆଯାଇଛି । ବିଚାରପତି ଶଶିକାନ୍ତ ମିଶ୍ରଙ୍କ ଖଣ୍ଡପୀଠ ଏ ମାମଲାର ଶୁଣାଣି କରି ଏହି ନିର୍ଦେଶ ଦେଇଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories