କନିଷ୍ଠ ଶିକ୍ଷକ ନିଯୁକ୍ତିରେ ହାଇକୋର୍ଟଙ୍କ ଅଙ୍କୁଶ
ଭୁବନେଶ୍ୱର:ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ହାଇକୋର୍ଟ ରୋକ ଲଗାଇଛନ୍ତି। କନିଷ୍ଠ ଶିକ୍ଷକ ହୋଇଥିବା ଦୁର୍ନିତୀକୁ ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଯାହାର ଶୁଣାଣି କରି ହାଇକୋର୍ଟ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଦେଇଛନ୍ତି। ଧାର୍ଯ୍ୟ ତାରିଖରେ ଡକ୍ୟୁମେଣ୍ଟ ଭେରିଫିକେସନ୍ କରାଯାଇପାରିବ । ଆସନ୍ତା ୨୦ ଏବଂ ୨୧ ତାରିଖରେ ଡକ୍ୟୁମେଣ୍ଟ ଭେରିଫିକେସନ୍ ହୋଇପାରିବ । ଶିକ୍ଷକ ନିଯୁକ୍ତିରେ ହୋଇଥିବା ବ୍ୟାପକ ଅନିୟମିତତାକୁ ନେଇ ହାଇକୋର୍ଟରେ ଏକ ପିଟିସନ ରୁଜୁ ହୋଇଥିଲା। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ନିଯୁକ୍ତି ଉପରେ ରୋକ ଲଗାଇବାକୁ ନିର୍ଦ୍ଦେଶ ଦେଇଥିଲେ।
ଏହି ମାମଲାର ପରବର୍ତ୍ତି ଶୁଣାଣି ଆସନ୍ତା ୨୪ ତାରିଖରେ କରାଯିବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ ଓଡିଶା କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ପ୍ରକାଶ ପାଇଥିବା ମେରିଟ୍ ଲିଷ୍ଟରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଆଣିଛନ୍ତି ଆଶାୟୀ । ଗୁରୁବାର ଓସେପା କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ପରେ ଶୁକ୍ରବାର ଭୁବନେଶ୍ବର ଲୋୟର ପିଏମଜିରେ ଆଶାୟୀମାନେ ଧାରଣା ଦେଇଥିଲେ। ମେରିଟ୍ ଲିଷ୍ଟ ପ୍ରକାଶ ପୂର୍ବରୁ କଟ୍ଅଫ୍ ତାଲିକା ପ୍ରକାଶ କରାଯାଇନଥିବାରୁ କେଉଁ ପ୍ରାର୍ଥୀ କେତେ ମାର୍କ ରଖିଛନ୍ତି , କଟ୍ଅଫ୍ ମାର୍କ କେତେ ରଖାଯାଇଛି , ତାହା ସାମ୍ନାକୁ ଅଣାଯାଉ ବୋଲି ଦାବି ହୋଇଛି।
Comments are closed.