www.samajalive.in
Saturday, December 13, 2025
26.1 C
Bhubaneswar

ବାଦାମପାହାଡ଼ରେ ବେଆଇନ ଖଣି ଖନନ ଅଭିଯୋଗ

କଟକ: ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡ଼ରେ ବ୍ୟାପକ ବେଆଇନ ଖଣି ଖନନ କରାଯାଉଛି। ଏଭଳି ଘଟଣା ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଚାଲୁଥିଲେ ମଧ୍ୟ ସରକାର ଚୁପ ବସିଛନ୍ତି। ଏଭଳି ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ବିଚାର ପାଇଁ ଗ୍ରହଣ କରି ନୋଟିସ୍ ଜାରି କରିଛନ୍ତି। ମୁଖ୍ୟ ବିଚାରପତି ଏସ.ମୁରଲୀଧର ଓ ବିଚାରପତି ରାଧାକୃଷ୍ଣ ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ସେକ୍ ସାଜିଦ ଅଲ୍ଲୀଙ୍କ ପକ୍ଷରୁ ଦାୟର ମାମଲାର ଶୁଣାଣି କରି କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ସହିତ ଅନ୍ୟ ପ୍ରତିପକ୍ଷଙ୍କୁ ଚାରି ସପ୍ତାହ ଭିତରେ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜବାବ ଦାଖଲ ପରେ ଆବେଦନକାରୀ ପ୍ରତିଜବାବ ଦାଖଲ କରିବେ ବୋଲି ହାଇକୋର୍ଟ କହିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୨୧କୁ ଧାର୍ଯ୍ୟ କରାଯାଇଛି। ମାମଲାର ବିବରଣୀରୁ ପ୍ରକାଶ ଯେ ମୟୂରଭଞ୍ଜ କୁଶୁମି ବ୍ଲକର ବାଦାମପାହାଡ଼ରେ ବ୍ୟାପକ ବେଆଇନ ଖଣି ଖନନ ନେଇ ଅଭିଯୋଗ ରହିଥିଲେ ମଧ୍ୟ ରାଜ୍ୟ ସରକାର କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନାହାନ୍ତି ବୋଲି ଦର୍ଶାଇ ଏହି ଜନସ୍ବାର୍ଥ ମାମଲା ଦାୟର ହୋଇଛି।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories