କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ହାଇକୋର୍ଟଙ୍କ ବଡ ରାୟ
କଟକ: ରାଜ୍ୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ମଙ୍ଗଳବାର ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଓସେପା ପକ୍ଷରୁ ପ୍ରକାଶ ପାଇଥିବା ମେଧା ତାଲିକାକୁ ଖାରଜ କରି ଜିଲା ବାରି ତାଲିକା ପ୍ରସ୍ତୁତ କରି ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ପୂର୍ବରୁ କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇ ମାମଲା ଦାଏର ହୋଇଥିଲା। ଗତ ଜାନୁଆରୀ ୩୧ରେ ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ କୋର୍ଟ।
Comments are closed.