www.samajalive.in
Wednesday, December 10, 2025
26.1 C
Bhubaneswar

ବିଧାୟକ ଓ ସାଂସଦଙ୍କ ଅପରାଧିକ ମାମଲାର ତଥ୍ୟ ମାଗିଲେ ହାଇକୋର୍ଟ

କଟକ: ସାଂସଦ ଓ ବିଧାୟକଙ୍କ ସହିତ ପୂର୍ବତନ ସାଂସଦ ଓ ବିଧାୟକଙ୍କ ବିରୋଧରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଚାରାଧୀନ ମାମଲା ସଂପର୍କିତ ସବିଶେଷ ବିବରଣୀ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍ ଓ ଡକ୍ଟର ଜଷ୍ଟିସ ବି.ଆର.ଷଡଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ହାଇକୋର୍ଟ ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କ ପକ୍ଷରୁ ଦାୟର ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ ଏପରି ନିର୍ଦ୍ଦେଶ ଦେଇଛନ୍ତି। ଏପରି ମାମଲା ଗୁଡିକର ତ୍ବରିତ ଶୁଣାଣି ସୁନିଶ୍ଚିତ କରିବା ପାଇଁ ପ୍ରଦାନ କରାଯାଇଥିବା ଭିତ୍ତିଭୂମି ପ୍ରସଂଗରେ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।

ଏଭଳି କି କେଉଁ ମାମଲାର ବିଚାର ପ୍ରକ୍ରିୟା ଉପରେ ଉପର କୋର୍ଟ ରହିତାଦେଶ ଜାରି କରିଛନ୍ତି ସେ ନେଇ ମଧ୍ୟ ନିର୍ଦ୍ଦିଷ୍ଟ ଭାବେ ବିବରଣୀ ସତ୍ୟପାଠରେ ଉଲ୍ଲେଖ କରିବାକୁ ରେଜିଷ୍ଟ୍ରାର ଜେନେରାଲଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅକ୍ଟୋବର ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବା ପାଇଁ ଧାର୍ୟ୍ୟ କରାଯାଇଛି। ସୁପ୍ରିମକୋର୍ଟ ୨୦୨୦, ସେପ୍ଟେମ୍ବର ୧୬ରେ ରାଜନେତାଙ୍କ ବିରୋଧରେ ବିଚାରାଧୀନ ଅପରାଧିକ ମାମଲା ପ୍ରସଂଗରେ ଶୁଣାରି କରି ପ୍ରଦାନ କରିଥିବା ନିର୍ଦ୍ଦେଶ ଆଧାରରେ ହାଇକୋର୍ଟ ନିଜ ଆଡୁ ଏହି ମାମଲା ରୁଜୁ କରିଛନ୍ତି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories