www.samajalive.in
Wednesday, December 10, 2025
23.1 C
Bhubaneswar

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ
କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର (ଏଏସଓ) ପଦ ନିମନ୍ତେ ଗତ ଜୁଲାଇ ୧୩ରେ ଅନୁଷ୍ଠିତ ହୋଇଥିବା ମୁଖ୍ୟ ପରୀକ୍ଷାକୁ ହାଇକୋର୍ଟ ବାତିଲ କରିଦେଇଛନ୍ତି। ପରୀକ୍ଷା ପରିଚାଳନାରେ ବିଭ୍ରାଟ ହୋଇଥିବା ସନ୍ଦେହ କରି ହାଇକୋର୍ଟ ରେଜିଷ୍ଟ୍ରାର (ପରୀକ୍ଷା) ଏହି ପରୀକ୍ଷାକୁ ବାତିଲ କରିଥିବା ନେଇ ନିର୍ଦେଶନାମା ଜାରି କରିଛନ୍ତି। ଡିସେମ୍ବର ୭ରେ ସାନି ପରୀକ୍ଷା କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ଏଏସ୍‌‌ଓ ପଦରେ ନିଯୁକ୍ତି ଲାଗି ପ୍ରାଥମିକ ପରୀକ୍ଷାରେ ୭,୧୧୩ ଜଣ ପରୀକ୍ଷାର୍ଥୀ ମୁଖ୍ୟ ପରୀକ୍ଷାକୁ ଉତ୍ତୀର୍ଣ୍ଣ ହୋଇଥିଲେ। ଗତ ଜୁଲାଇ ୧୩ରେ ମୁଖ୍ୟ ପରୀକ୍ଷା କରାଯାଇଥିଲା। ତେବେ ପରୀକ୍ଷା ପରିଚାଳନା ଏଜେନ୍ସିର କାର୍ଯ୍ୟକଳାପକୁ ନେଇ ହାଇକୋର୍ଟ ସନ୍ଦେହ ପ୍ରକଟ କରିଥିଲେ। ଫଳରେ ହାଇକୋର୍ଟଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇ ଉକ୍ତ ମୁଖ୍ୟ ପରୀକ୍ଷାକୁ ବାତିଲ୍‌‌ କରିଦିଆଯାଇଛି। ଡିସେମ୍ବର ୭ରେ ଅନୁଷ୍ଠିତ ହେବାକୁ ଥିବା ସାନି ପରୀକ୍ଷା ଦିନ ପ୍ରଥମ ସିଟିଂ ଇଂରାଜୀ ବିଷୟ ରହିଛି। ଏହି ପରୀକ୍ଷା ସକାଳ ୯ଟାରୁ ପୂର୍ବାହ୍ଣ ୧୧ଟା ପର୍ଯ୍ୟନ୍ତ ହେବ। ଏହାପରେ ଦ୍ବିତୀୟ ସିଟିଂ ମଧ୍ୟାହ୍ନ ୧୨ଟାରୁ ଅପରାହ୍ଣ ୧ଟା ଜେନେରାଲ ଅାୱାରନେସ୍‌‌ ଏବଂ ରିଜୋନିଂ, ତୃତୀୟ ସିଟିଂ ଗଣିତ ଅପରାହ୍ନ ୨.୩୦ରୁ ୪.୩୦ ପର୍ଯ୍ୟନ୍ତ କରାଯିବ।
ଏଏସ୍‌ଓ ମୁଖ୍ୟ ପରୀକ୍ଷା…

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories