www.samajalive.in
Monday, December 8, 2025
27.1 C
Bhubaneswar

ଶପଥ ନେଲେ ଦୁଇ ନବନିଯୁକ୍ତ ବିଚାରପତି

କଟକ : ଓଡିଶା ହାଇକୋର୍ଟର ଦୁଇ ନବନିଯୁକ୍ତ ବିଚାରପତି ଆଜି ପୂର୍ବାହ୍ନରେ ଶପଥ ନେଇଛନ୍ତି। ତ୍ରିପୁରା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ ସଞ୍ଜୟ କୁମାର ମିଶ୍ର ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଉଭୟଙ୍କୁ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‍.ମୁରଲୀଧର ଶପଥ ପାଠ କରାଇଛନ୍ତି। ଦୁଇ ବିଚାରପତିଙ୍କ ଶପଥ ଗ୍ରହଣ ପରେ ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି।
ସୂଚନା ଯୋଗ୍ୟ, ଗତ ମେ ୨୮ରେ ସୁପ୍ରିମକୋର୍ଟ କଲିଜିୟମ ୬ ଜଣ ହାଇକୋର୍ଟ ବିଚାରପତିଙ୍କୁ ବଦଳି କରିବା ଲାଗି ସୁପାରିସ କରିଥିଲେ।  ଓଡିଶା ହାଇକୋର୍ଟ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ କୋଲକାତା ହାଇକୋର୍ଟକୁ ବଦଳି ହୋଇଥିବା ବେଳେ ତ୍ରିପୁରା ହାଇକୋର୍ଟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କୁ ଓଡିଶା ବଦଳି ହୋଇଥିଲା। ବିଚାରପତି ଅସାନୁଦ୍ଦନ ଅମାନୁଲ୍ଲା ଆନ୍ଧ୍ରପ୍ରଦେଶ ହାଇକୋର୍ଟରୁ ପାଟନା ହାଇକୋର୍ଟ ଓ ମଣିପୁର ହାଇକୋର୍ଟରୁ ବିଚାରପତି ଲନୁସୁଙ୍ଗକୁମ୍‍ ଜମିର୍‍ ଗୌହାଟି ହାଇକୋର୍ଟକୁ ବଦଳି ହୋଇଥିଲା। ସେହିପରି ଜମ୍ମୁ ଓ କାଶ୍ମୀର ହାଇକୋର୍ଟରୁ ବିଚାରପତି ଧୀରଜ ସିଂହ ଠାକୁରଙ୍କୁ ବମ୍ବେ ହାଇକୋର୍ଟ ଏବଂ ମଧ୍ୟପ୍ରଦେଶ ହାଇକୋର୍ଟରୁ ବିଚାରପତି ପୁରୁଷୈନ୍ଦ୍ର କୁମାର କୌରବଙ୍କୁ ଦିଲ୍ଲୀ ହାଇକୋର୍ଟକୁ ବଦଳି ପାଇଁ ସୁପ୍ରିମକୋର୍ଟ କଲିଜିୟମ ସୁପାରିସ କରିଥିଲେ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories