www.samajalive.in
Sunday, December 14, 2025
18.1 C
Bhubaneswar

ଆଦିତ୍ୟ ଦାଶ ମୃତ୍ୟୁ ମାମଲା, କ୍ରାଇମ୍‌ ବ୍ରାଞ୍ଚକୁ ଷ୍ଟାଟସ ରିପୋର୍ଟ ତଲବ କଲେ ଓଡ଼ିଶା ହାଇକୋର୍ଟ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ କ୍ରାଇମ୍‌ ବ୍ରାଞ୍ଚକୁ ଷ୍ଟାଟସ ରିପୋର୍ଟ ତଲବ କରିଛନ୍ତି ଓଡ଼ିଶା ହାଇକୋର୍ଟ। ତଦନ୍ତର ଅଗ୍ରଗତି ନେଇ ଷ୍ଟାଟସ ରିପୋର୍ଟ ଦେବାକୁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି ଏବଂ ମାସେ ପରେ ମାମଲାର ଶୁଣାଣି କରିବାକୁ କହିଛନ୍ତି। ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଆବେଦନ ଉପରେ ହାଇକୋର୍ଟ ଶୁଣାଣି କରିଥିଲେ। ଘଟଣାର ସିବିଆଇ ତଦନ୍ତ ଦାବିରେ ବିଦ୍ୟାଶ୍ରୀ ହାଇକୋର୍ଟ ଯାଇଛନ୍ତି।

ଗତ ଅଗଷ୍ଟ ୨୮ ତାରିଖରେ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଶୁକ୍ରବାର ତାଙ୍କ ବାପା, ମାଆ ଓ ପତ୍ନୀ ବିଦ୍ୟାଶ୍ରୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଏହି ମାମଲାର ସେ ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ।

- Advertisement -

ସୂଚନାଯୋଗ୍ୟ, ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଛି। ଏହି ମାମଲାରେ ଗତକାଲି ଆଦିତ୍ୟଙ୍କ ପତ୍ନୀ ବିଦ୍ୟା ଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଥିବା ବେଳେ ୧୦୦ରୁ ଉର୍ଦ୍ଧ୍ବ ପ୍ରଶ୍ନ ପଚାରା ଯାଇଥିଲା।  ଆଜି ଆଦିତ୍ୟଙ୍କ ୩ ସହଯୋଗୀ ପପୁ, ବିକାଶ ଓ ଦୀପୁଙ୍କର ମଧ୍ୟ ଲାଇ ଡିଟେକ୍ସନ ଆରମ୍ଭ ହୋଇଯାଇଛି। ଭୁବନେଶ୍ବର ଫରେନସିକ୍ ଲ୍ୟାବରେ ସେମାନଙ୍କର ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି।

ଉଲ୍ଲେଖଯୋଗ୍ୟ ଯେ, ସମାଜସେବୀ ଆଦିତ୍ୟ ସୁନ୍ଦରଙ୍କ ମୃତଦେହ ଗତ ୭ତାରିଖ ଦିନ ଭୁବନେଶ୍ୱରର ଲିଙ୍ଗରାଜ ଟେମ୍ପୁଲ ରୋଡ଼ ଷ୍ଟେସନରୁ ମିଳିଥିଲା। ଏଥିସହିତ ମୃତ୍ୟୁର କିଛି ଦିନ ପୂର୍ବରୁ ସେ ଡ଼ିପ୍ରେସନରେ ରହୁଥିବା ଜଣାପଡ଼ିଥିଲା । ସେ ପିପୁଲ ଫର ସେବା ନାମକ ଏକ ସ୍ୱେଚ୍ଛାସେବୀ ସଂଗଠନର ସଂସ୍ଥାପକ ମଧ୍ୟ ଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories