www.samajalive.in
Monday, December 15, 2025
26.1 C
Bhubaneswar

ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ

କଟକ: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଗତ କିଛି ଦିନ ହେବ ଲଗାଣ ବର୍ଷା ଜାରି ରହିଛି। ସାରା ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା । ତେବେ ଗତ୨୪ ଘଣ୍ଟାରେ କଟକ ବାଙ୍କୀ​‌ରେ ସର୍ବାଧିକ ୩୧୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ଭାପୁରରେ ୨୧୦ ମିମି , ବେଗୁନିଆରେ ୧୯୬, ବୀରମହାରାଜପୁରରେ ୧୪୭, ହିନ୍ଦୋଳରେ ୧୪୪ ମିମି ବର୍ଷା ରେକର୍ଡ ହୋଇଛି। ସେପଟେ ଆଜି ସକାଳ ୮ଟା ୩୦ ଯାଏଁ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦେଖି ୨୭ଟି ଜିଲ୍ଲା ପାଇଁ ସତର୍କତା ଜାରି କରାଯାଇଥିଲା। ଆଜି ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଏବଂ ୧୮ ଜିଲ୍ଲାକୁ ୟେଲୋ ସତର୍କତା ଜାରି କରିଛି ପାଣିପାଗ ବିଭାଗ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର , ନୟାଗଡ, କଟକ , ବୌଦ୍ଧ , ଅନୁଗୁଳ, ସୁନ୍ଦରଗଡ ଏବଂ ଝାରସୁଗୁଡା ପାଇଁ ଅରେଞ୍ଜ ସତର୍କତା ଜାରି କରାଯାଇଛି। ସେପଟେ ପୁରୀ, ଖୋର୍ଦ୍ଧା , ଢେଙ୍କାନାଳ, ଯାଜପୁର , ବାଲେଶ୍ଵର, ଭଦ୍ରକ କେନ୍ଦ୍ରପଡା ଆଦି ଜିଲ୍ଲାକୁ ୟେଲୋ ସତର୍କତା ଜାରି କରାଯାଇଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories