ଭୁବନେଶ୍ଵର: ଗତ କିଛି ଦିନ ହେବ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ୨୪ ଘଣ୍ଟାରେ ବାରିପଦାରେ ସର୍ବାଧିକ ୧୫୬.୬ ମିମି ବର୍ଷା ରେକର୍ଡ ହୋଇଛି। ଜାମଦା ୧୩୧.୦, ଚାନ୍ଦୁଆ ୧୨୬.୦, ବେତନଟୀରେ ୧୨୫.୦ ମିମି, ପିପିଲି ଓ ବଲାଙ୍ଗୀରରେ ୭୭.୦ ମିମି ବର୍ଷା ରେକର୍ଡ କରାଯାଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଏବଂ ମୌସୁମୀ ନିମ୍ନ ଚାପରେଖା ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗିରହିଛି। ଆଜି ଅନୁଗୋଳ, ଢେଙ୍କାନାଳ, କଟକ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର ପ୍ରମୁଖ ୬ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ପାଇଁ ୨୨ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ସତର୍କତା ଜାରି କରାଯାଇଛି। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
Popular Categories



