www.samajalive.in
Saturday, December 6, 2025
19.1 C
Bhubaneswar

ଅସହ୍ୟ ତାତି; ରେକର୍ଡ଼ ଭାଙ୍ଗିଲା ରାଜଧାନୀ

ଭୁବନେଶ୍ବର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢି ଚାଲିଥିବା ବେଳେ ରାଜଧାନୀରେ ରେକର୍ଡ଼ ଭାଙ୍ଗୁଛି ତାତି। ପ୍ରଚଣ୍ଡ ରୌଦ୍ରତାପରେ ଛଟପଟ ହେଉଛନ୍ତି ରାଜଧାନୀବାସୀ। ଲଗାତାର ଭାବେ ତୃତୀୟ ଦିନରେ ଆଜି ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି। ଏଥିସହ ଭୁବନେଶ୍ବର ରାଜ୍ୟରେ ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। ରାଜଧାନୀ ସମେତ ରାଜ୍ୟର ୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଜି ଅପରାହ୍ନ ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ୪୧.୪ ଡିଗ୍ରୀ, ସମ୍ବଲପୁରରେ ୪୦.୮, ଚାନ୍ଦବାଲିରେ ୪୦.୮, ହୀରାକୁଦ ଓ କେନ୍ଦୁଝର ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ ହୋଇଛି।

ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ବରର ତାପମାତ୍ରା ୪୧.୭ ଡିଗ୍ରୀ ରେକର୍ଡ କରାଯାଇଥିଲା। ଶୁକ୍ରବାର ମଧ୍ୟ ଏଠାରେ ୪୦.୮ ଡିଗ୍ରୀ ରେକର୍ଡ ହୋଇଥିଲା।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories