www.samajalive.in
Saturday, December 6, 2025
23.1 C
Bhubaneswar

ହାଇକୋର୍ଟରେ ଜନସ୍ୱାର୍ଥ ମାମଲା; ମେଜର ଓ ବାନ୍ଧବୀଙ୍କ ନାଁ ପ୍ରକାଶ ମନା

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ଘଟିଥିବା ଘଟଣାକୁ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। ଘଟଣାରେ କୋର୍ଟ ଉଦବେଗ ପ୍ରକାଶ କରିବା ସହ ମେଜର, ପୀଡିତାଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ ନକରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉଭୟଙ୍କ ନାଁ କାହିଁକି ପ୍ରକାଶ କରାଯାଉଛି କହି ଚିନ୍ତା ପ୍ରକଟ କରିଛନ୍ତି କୋର୍ଟ। ଏହାସହ ଭରତପୁର ଥାନା ଉପରେ ଅସନ୍ତୋଷ ପ୍ରକାଶ କରି କହିଛନ୍ତି ଥାନାରେ କାହିଁକି ସିସିଟିଭି ନଥିଲା। ସମସ୍ତ ଥାନାରେ ସିସିଟିଭି ଅଛି କି ନାହିଁ ଜଣାଇବାକୁ ଏଡିଜି ଆଧୁନିକୀକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ସବୁ ଥାନାରେ ସିସିଟିଭି ନାହିଁ, କେବେ ସୁଦ୍ଧା ଲଗାଯିବ ବୋଲି ପଚାରିଛନ୍ତି କୋର୍ଟ। ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ସବୁ ଥାନାରେ ସିସିଟିଭି ବ୍ୟବସ୍ଥା କରିବାକୁ ଗୁରୁତ୍ୱ ଦେଇଛନ୍ତି ହାଇକୋର୍ଟ। ଘଟଣାରେ ରାଜ୍ୟ ସରକାର ଗ୍ରହଣ କରିଥିବା ପଦକ୍ଷେପକୁ ପ୍ରଶଂସା କରିଛନ୍ତି କୋର୍ଟ। ହାଇକୋର୍ଟଙ୍କ ତଦନ୍ତ ଅନୁଧ୍ୟାନର ଆବଶ୍ୟକତା ନାହିଁ କୋର୍ଟ କହିଛନ୍ତି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories