www.samajalive.in
Sunday, December 7, 2025
14.1 C
Bhubaneswar

ହାଇୱା-ବୋଲେରୋ ଧକ୍କା: ଜଣେ ମୃତ, ୧୦ ଗୁରୁତର

ଭଦ୍ରକ: ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ଆରଡି ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା​‌ ଘଟିଛି। ହାଇୱା-ବୋଲେରୋ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି।  ସୂଚନା ଅନୁସାରେ ବାଲେଶ୍ବର ଜିଲ୍ଲାର କିଛି ଲୋକ ପୁରୀ ବୁଲିବାକୁ ଯାଇଥିଲେ । ପୁରୀରୁ ଫେରିବା ସମୟରେ ଭଦ୍ରକ ଆରଡି ଛକ ନିକଟରେ ଏକ ହାଇୱା ସାମ୍ନା ପଟୁ ବୋଲେରୋକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିଲା। ୧୦ ଜଣ ଗୁରୁତରଙ୍କୁ ଉଦ୍ଧାର କରାଯାଇ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ୬ଜଣଙ୍କୁ କଟକ ଏସସିବିକୁ ସ୍ଥାନାନ୍ତରିତ କରାଯାଇଛି। ଆହତଙ୍କ ମଧ୍ୟରେ ଦୁଇ ଜଣ ମହିଳା ଓ ଦୁଇ ଜଣ ଶିଶୁ ଥିବା ଜଣାପଡିଛି।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories