www.samajalive.in
Tuesday, December 9, 2025
15.1 C
Bhubaneswar

୨ଶହ ମିଟର ତଳକୁ ଖସିଲା ବସ୍‌; ୧୨ ମୃତ, ୩ଗୁରୁତର

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶର କୁଲ୍ଲୁ ଜିଲ୍ଲାରେ ବଡ଼ଧରଣର ସଡ଼କ ଦୁର୍ଘଟଣା ହୋଇଛି । ଏକ ଯାତ୍ରୀବାହୀ ବସ୍‌ ଜଙ୍ଗଲ ରାସ୍ତାରେ ଆସୁଥିବା ବେଳେ ୨ଶହ ମିଟର ତଳକୁ ଖସିପଡ଼ିବା ଫଳରେ ୧୨ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୩ଜଣ ଗୁରୁତର ହୋଇଥିବା ବେଳେ ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ଜଣେ ଛାତ୍ର ଥିବା ଜଣାପଡ଼ିଛି । ଏନେଇ ପୁଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହି ଦୁର୍ଘଟଣା ସକାଳ ୮ଟା ୪୫ ମିନିଟରେ ଘଟିଥିବା ଜଣାପଡ଼ିଛି । ବସରେ ମୋଟ୍‌ ୧୫ଜଣ ଯାତ୍ରୀ ଥିବା ସୂଚନା ମିଳିଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories