www.samajalive.in
Sunday, December 7, 2025
13.1 C
Bhubaneswar

ହିମାଚଳ ପ୍ରଦେଶ ; ବାଦଲ ଫଟା ବର୍ଷା ଓ ଭୂସ୍ଖଳନରେ ୧୬ ମୃତ

ଶିମଲା : ହିମାଚଳପ୍ରଦେଶରେ ପୁଣି ଥରେ ବର୍ଷା ବିତ୍ପାତ ଦେଖାଦେଇଛି। ହିମାଚଳ ପ୍ରଦେଶରେ ବାଦଲ ଫଟା ବର୍ଷା ଓ ଭୂସ୍ଖଳନରେ ୧୬ ଜଣଙ୍କ ଜୀବନ ଚାଲି ଯାଇଛି। ଦୁଇଟି ପୃଥକ ସ୍ଥାନରେ ଅଘଟଣ ଯୋଗୁଁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ସୋଲାନ ଜିଲା ଜାଡୋନ ଗାଁରେ ବାଦଲ ଫଟା ବର୍ଷା ଯୋଗୁଁ ୭ ଜଣଙ୍କ ଜୀବନ ଚାଲି ଯାଇଛି। ଏହାସହ ଶିମଲା ସମର ହିଲ୍‌‌ ଶିବ ମନ୍ଦିର ପାଖରେ ଭୂସ୍ଖଳନରେ ୯ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ଖବର ମିଳିଛି। ଭୂସ୍ଖଳନ ଯୋଗୁଁ ୩ ମହଲା ବିଶିଷ୍ଟ କଲେଜ ବିଲ୍ଡିଂ ଭୁଶୁଡି ପଡିଛି। ତ୍ୱରିତ ସହାୟତା ଯୋଗାଇବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆଜି ରାଜ୍ୟରେ ସବୁ ଶିକ୍ଷାନୁଷ୍ଠାନକୁ ବନ୍ଦ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଖବର ପାଇବା ମାତ୍ରେ ଏନଡିଆରଏଫ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories