www.samajalive.in
Friday, December 12, 2025
27.1 C
Bhubaneswar

ହିନ୍ଦୁ ନେତାଙ୍କୁ ହତ୍ୟା ଷଡ଼ଯନ୍ତ୍ର: ୫ ଗିରଫ

ନୂଆଦିଲ୍ଲୀ : ହିନ୍ଦୁ ସଂଗଠନର ନେତାମାନଙ୍କୁ ହତ୍ୟା ଷଡ଼ଯନ୍ତ୍ରରେ ସମ୍ପୃକ୍ତ ଥିବା ଅଭିଯୋଗରେ ୫ ଜଣଙ୍କୁ ଗିରଫ କରାଯାଇଛି। ଏମାନଙ୍କ ମଧ୍ୟରୁ ୪ ଜଣ ରବିବାର ଚେନ୍ନଇରୁ କୋଏମ୍ବାଟୁରରେ ପହଞ୍ଚିବା ପରେ ପୁଲିସର ସ୍ୱତନ୍ତ୍ର ତଦନ୍ତକାରୀ ୟୁନିଟ (ଏସ୍‍ଆଇୟୁ) ସେମାନଙ୍କୁ ଗିରଫ କରିଥିଲା। ଅଭିଯୁକ୍ତମାନେ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିଥିଲେ। ମାତ୍ର ହିନ୍ଦୁ ମକ୍କଲ କାତଚି ଏବଂ ହିନ୍ଦୁ ମୁନ୍ନାନିର ନେତା ମୁକାମ୍ବିକାଇ ମଣିଙ୍କ ସମେତ ଅନ୍ୟ କେତେକ ହିନ୍ଦୁ ନେତାଙ୍କୁ ହତ୍ୟା କରିବା ସେମାନଙ୍କ ଆଭିମୁଖ୍ୟ ଥିଲା ବୋଲି ଜେରା ବେଳେ ଜଣାପଡିଥିବା ପୁଲିସ କହିଛି। ଅଭିଯୁକ୍ତମାନଙ୍କ ବିରୋଧରେ ବୋଆଇନ କାର୍ଯ୍ୟକଳାପ ନିରୋଧ ଆଇନ ଅଧୀନରେ ମାମଲା ରୁଜୁ ହୋଇଛି। ଉକ୍ତ ହିନ୍ଦୁ ନେତାମାନଙ୍କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

Related Articles

Popular Categories