www.samajalive.in
Sunday, December 14, 2025
17.1 C
Bhubaneswar

ହୀରାକୁଦ ଜଳଭଣ୍ଡାର : ବନ୍ଦ ହେଲା ସମସ୍ତ ଗେଟ୍

ଡେସ୍କ :  ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଥିବା ବେଳେ ଉପରମୁଣ୍ଡରେ ବର୍ଷାର ପରିମାଣ କମିଥିବାରୁ ଅପରାହ୍ନ ସାଢ଼େ ଗୋଟାଏ ସୁଦ୍ଧା ଏହି ଦୁଇଟି ସ୍ଲୁଇସ୍ ଗେଟ୍ କୁ ମଧ୍ୟ ବନ୍ଦ କରାଯାଇଛି ।
ଦିନ ୧୨ଟା ସୁଦ୍ଧା ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୩୬ ହଜାର ୪୮୦ ଘନଫୁଟ୍ ଜଳ ପ୍ରବେଶ କରୁଥିଲା। ସେହିପରି ୨ଟି ସ୍ଲୁଇସ୍ ଗେଟ୍, ଅନ୍ୟାନ୍ୟ ପାୱାର ଚାନେଲ ଓ ସ୍ପିଲୱେ ଦେଇ ପ୍ରତି ସେକେଣ୍ଡରେ ୬୫ ହଜାର ୦୮୪ ଘନଫୁଟ୍ ରୁ ଅଧିକ ଜଳ ମହାନଦୀକୁ ଛଡାଯାଉଥିଲା । ତେବେ ପରେ ୨ଟି ଯାକ ସ୍ଲୁଇସ୍ ଗେଟକୁ ବନ୍ଦ କରି ଦିଆଯାଇଛି। ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳଭଣ୍ଡାରର ଜଳ ପତ୍ତନ ୬୧୫.୧୫ ଫୁଟ୍ ରହିଥିବା ହୀରାକୁଦ ନଦୀବନ୍ଧ କର୍ତୃପକ୍ଷଙ୍କ ସୂତ୍ରରୁ ଜଣାପଡିଛି । ଜଳଭଣ୍ଡାରର ଜଳ ପତ୍ତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୬ମି.ମି. ଏବଂ ତଳ ମୁଣ୍ଡରେ ୧୦.୮୧ ମି.ମି. ବର୍ଷା ରେକର୍ଡ଼ ହୋଇଛି। ସୂଚନା ଯୋଗ୍ୟ, ଗତ ଜୁଲାଇ ୨୩ ତାରିଖ ଠାରୁ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ମହାନଦୀକୁ ଛଡାଯିବା ଆରମ୍ଭ ହୋଇଥିଲା ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories