www.samajalive.in
Sunday, December 7, 2025
26.1 C
Bhubaneswar

୨୮ରେ ଖୋଲିବ ହୀରାକୁଦ ଗେଟ୍‌ ; ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ..

ହୀରାକୁଦ : ଜୁଲାଇ ୨୮ ରବିବାରରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍‌ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ । ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ହେଉଛି । ଜଳସ୍ତର ବୃଦ୍ଧି ପାଉଥିବାରୁ ହୀରକୁଦ ଗେଟ୍‌ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି । ରବିବାର ହୀରାକୁଦରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ । ଏନେଇ ଗୁରୁବାର ହୀରାକୁଦ ବନ୍ଧ ମୁଖ୍ୟଯନ୍ତ୍ରୀ ସୁଶିଲ ବେହେରାଙ୍କ ପକ୍ଷରୁ ସୂଚନା ମିଳିଛି । ମହାନଦୀ ତଳମୁଣ୍ଡରେ ଥିବା ଜିଲାର ଜିଲ୍ଲାପାଳଙ୍କୁ ସତର୍କତା ଜାରି କରାଯାଇଛି । ମହାନଦୀ ଉପରମୁଣ୍ଡ ଛତିଶଗଡରେ ପ୍ରବଳ ବର୍ଷା ହେଉଛି । ଚଳିତ ବର୍ଷ ପ୍ରଥମଥର ପାଇଁ ୧ ଲକ୍ଷ ୭୦ ହଜାର ଘନଫୁଟରୁ ଅଧିକ ଜଳ ପ୍ରବେଶ କରୁଛି । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଏବେ ୬୦୫ ଫୁଟରେ ପହଞ୍ଚିଛି । ଗେଟ୍‌ ଖୋଲିବା ବେଳକୁ ଜଳସ୍ତର ୬୧୫ ଫୁଟ ଥିବ ।

୨୯ ଜୁଲାଇରେ ଗଜକେସରୀ ଯୋଗ : ଭୋଳାଶଙ୍କର ଚମକାଇବେ ଏହି ରାଶିଙ୍କ ଭାଗ୍ୟ, ମିଳିବ ଧନ,ଚାକିରି..

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories