www.samajalive.in
Sunday, December 14, 2025
26.1 C
Bhubaneswar

ଆଜି ହୀରାକୁଦ ଛାଡିଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ହୀରାକୁଦ/ଡେସ୍କ: ରାଜ୍ୟର ବିଭିନ୍ନ ଅଂଚଳରେ ଲଗାଣ ବର୍ଷା ଏବଂ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦରେ ଜଳସ୍ଥର ବୃଦ୍ଧି ପାଇଛି। ଫଳରେ ଆଜି ହୀରାକୁଦରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଯାଇଛି। ସକାଳ ୯ଟାରେ ବନ୍ୟାଜଳ ନିଷ୍କାସନ ହୋଇଥିବା ବୋଲି ହୀରାକୁଦ ବନ୍ଧ କର୍ତୃପକ୍ଷ ସୂଚନା ଦେଇଛନ୍ତି।

ବିଧି ଅନୁଯାୟୀ ପ୍ରଥମେ ପୂଜାର୍ଚ୍ଚନା ପରେ ଗେଟ୍ ଖୋଲା ଯାଇଥିଲା। ପ୍ରଥମେ ୫ଟି ଗେଟ୍ ମଧ୍ୟ ଦେଇ ଜଳ ନିଷ୍କାସନ କରାଯାଉଛି। ବାମ ପଟ ସ୍ପିଲ ୱେର ୩ଟି ଗେଟ୍ ଓ ଡାହାଣ ପଟ ସ୍ପିଲ ୱେର ୨ଟି ଗେଟ୍ ଖୋଲାଯାଇ ୭୫ ହଜାର ଘନଫୁଟ ଜଳ ନିଷ୍କାସନ କରାଯିବାକୁ ଯୋଜନା ରହିଛି। ଏ ନେଇ ତଳିଆ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସତର୍କ କରାଯାଇଥିବା ଜଣାପଡିଛି।

- Advertisement -

ହୀରାକୁଦ ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ ଆଜି ସକାଳ ୬ଟା ସୁଦ୍ଧା ଜଳସ୍ତର ୬୧୪.୮୧ ଫୁଟରେ ପହଞ୍ଚିଛି। ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୮୮ ହଜାର ୯୩୨ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories