www.samajalive.in
Friday, December 5, 2025
20.1 C
Bhubaneswar

ଜୁନ୍‍ ୧ ପରେ ହୀରାକୁଦ ଛାଡିବ ପାଣି; ୧୩ଟି ମହାନଦୀ କୂଳ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଅତି ଭୀଷଣ ବାତ୍ୟା ୟାସ୍‍ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ହୀରାକୁଦ ଡ୍ୟାମରୁ ଜୁନ୍‍ ୧ ତାରିଖ ପରେ ପାଣି ଛଡାଯିବା ସମ୍ଭାବନା ରହିଛି। ପାଣିପାଗ ବିଭାଗ ଅନୁମାନ ଅନୁଯାୟୀ ବର୍ଷା ପରିମାଣ ୨୦୦ ମିଲିମିଟର ପର୍ଯ୍ୟନ୍ତ ହୋଇପାରେ। ତାହାକୁ ଦୃଷ୍ଟିରେ ରଖି ହୀରାକୁଦ ନଦୀବନ୍ଧ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି। ସେଥିପାଇଁ ମହାନଦୀ କୂୂୂଳରେ ଅବସ୍ଥିତ ୧୩ଟି ଜିଲା କର୍ତ୍ତୃପକ୍ଷଙ୍କୁ ସତର୍କ ରହିବାକୁ କୁହାଯାଇଛି। ସେହିସବୁ ଜିଲା ମଧ୍ୟରେ ସୁନ୍ଦରଗଡ, ସମ୍ବଲପୁର, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ବଉଦ, ନୂଆପଡା, ଝାରସୁଗୁଡା, ନୟାଗଡ, କଟକ, ଅନୁଗୁଳ, ଜଗତସିଂହପୁର ଆଦି ଅନ୍ତର୍ଭୁକ୍ତ। ପ୍ରବଳରୁ ଅତି ପ୍ରବଳ ବର୍ଷା କାରଣରୁ ହୀରାକୁଦ ନଦୀବନ୍ଧରୁ ଜଳ ନିଷ୍କାସନ ଦ୍ୱାରା ମହାନଦୀ ଏବଂ ତାହାର ଶାଖା ନଦୀଗୁଡିକରେ ଜଳପତନ ବୃଦ୍ଧି ସମ୍ଭାବନା ରହିଥିବାରୁ ଏଭଳି ସତର୍କ ସୂଚନା ଜାରି କରାଯାଇଛି।
ଇତିମଧ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୮ଟି ଜିଲାୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାନେଇ ସତର୍କ କରାଇଛି ପାଣିପାଗ ବିଭାଗ। ଉକ୍ତ ଜିଲାଗୁଡିକ ମଧ୍ୟରେ ରହିଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ ଓ ଖୋର୍ଦ୍ଧା। ଏଥିସହିତ ମୟୁରଭଞ୍ଜ, ଢେଙ୍କାନାଳ ଓ ଗଞ୍ଜାମ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଇତିମଧ୍ୟରେ ବାତ୍ୟା ୟାସ୍‍ ପ୍ରଭାବରେ ଆଜି ସକାଳ ସୁଦ୍ଧା ପାରାଦୀପରେ ସର୍ବାଧିକ ୧୫୧ ମିଲିମିଟର, ଭଦ୍ରକ ଜିଲା ଚାନ୍ଦବାଲିରେ ୯୭ ମିଲିମିଟର ଓ ପୁରୀରେ ୪୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏଥିସହିତ ରାଜ୍ୟର ଅନ୍ୟ କିଛି ଜିଲାରେ ଝିପିଝିପି ବର୍ଷା ଲାଗି ରହିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories