www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣରେ ଖୋଲିବ ହୀରାକୁଦ ଗେଟ୍‌‌

ହୀରାକୁଦ : ଅପରାହ୍ଣରେ ଖୋଲିବ ହୀରାକୁଦ ଡ୍ୟାମ୍‌‌ ଗେଟ୍‌‌। ହୀରାକୁଦ ଜଳସ୍ତର ବଢୁଥିବାରୁ ଅଧିକ ଗେଟ୍‌‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀରେ ଆଜି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି। କାଲି ଛତିଶଗଡ ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦରେ ଜଳସ୍ତର ବୃଦ୍ଧି ପାଇଛି। ବର୍ତ୍ତମାନ ହୀରାକୁଦର ୨ଟି ଗେଟ୍‌‌ ଖୋଲାଅଛି। ହୀରାକୁଦକୁ ସେକେଣ୍ଡ ପ୍ରତି ୪ ଲକ୍ଷ ୭୭ ହଜାର କ୍ୟୁସେକ ଜଳ ପ୍ରବେଶ କରୁଛି। ହୀରାକୁଦରୁ ୬୯ ହଜାର କ୍ୟୁସେକ ଜଳ ନିଷ୍କାସନ ହେଉଛି। ବର୍ତ୍ତମାନ ବରିମୂଳ ଓ ଖଇରାମାଳରେ ଜଳପ୍ରବାହ କମୁଛି। ତେଣୁ ଅପରାହ୍ନରେ ହୀରାକୁଦ ଗେଟ୍‌‌ ଖୋଲାଯିବ ବୋଲି ସର୍ବୋଚ୍ଚ ଯନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories