www.samajalive.in
Friday, December 5, 2025
26.1 C
Bhubaneswar

ହୀରାକୁଦ ଛାଡ଼ିଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ। ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ୨୦ରେ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା।  ପର୍ଯ୍ୟାୟକ୍ରମେ ୧୨ଟି ଫାଟକ ଦେଇ ବନ୍ୟାଜଳ ଛଡ଼ାଯିବ। ବାମପଟର ୮ ଏବଂ ଦକ୍ଷିଣପାର୍ଶ୍ବରେ ୪ଟି ଗେଟ୍‌ ଖୋଲାଯିବ ବୋଲି ସୂଚନା ମିଳିଛି। ବର୍ତ୍ତମାନ ଜଳଭଣ୍ଡାରରେ ୬୦୯.୦୬ ଫୁଟ ଉଚ୍ଚତାର ଜଳ ରହିଛି।

ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ବୃଦ୍ଧି ପାଇବାରେ ଲାଗିଥିଲା। ବନ୍ୟାଜଳ ନିୟନ୍ତ୍ରଣ ଲାଗି ବନ୍ଧ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି। ଛତିଶଗଡ଼ରେ କ୍ରମାଗତ ବର୍ଷା ଲାଗି ରହିଥିବାରୁ ହୀରାକୁଦ ଉପରେ ଥିବା କଲ୍‌ମା ଆନିକଟର ସମସ୍ତ ଫାଟକ ଖୋଲି ଦିଆଯାଇଥିଲା। ଯାହାଫଳରେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଥିଲା।

- Advertisement -

ଅପରପକ୍ଷେ ନଦୀବନ୍ଧରୁ ଫାଟକ ଖୋଲାଯିବାକୁ ନେଇ ତଳମୁଣ୍ଡରେ ଥିବା ୧୩ଟି ଜିଲାର ଜିଲାପାଳଙ୍କୁ ବାର୍ତ୍ତା ପଠାଯାଇଛି। ଅନୁରୂପ ଭାବେ ସମ୍ବଲପୁର ସହରାଞ୍ଚଳରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଜଳଭଣ୍ଡାରର ଫାଟକ ଖୋଲିବା ନେଇ ପ୍ରଚାର ଓ ଜନସଚେତନତା କରାଯାଉଛି। ରବିବାର ସକାଳୁ କେହି ମଧ୍ୟ ନଦୀଗର୍ଭକୁ ନ ଯିବା ପାଇଁ ଲୋକଙ୍କୁ ସତର୍କ କରାଯାଇଥିଲା।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories