www.samajalive.in
Sunday, December 7, 2025
26.1 C
Bhubaneswar

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା; ଆଉ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲରେ ହୋଇଥିବା ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି। ମୃତକ ହେଉଛନ୍ତି ପୁରୀ ଜିଲା ଡେଲାଙ୍ଗ ଚାଇଁପୁର ଗାଁର ଶ୍ରୀତମ ସାହୁ(୨୩)। ଅପରପକ୍ଷେ ଅନ୍ୟ ୨ ଗୁରୁତର ବର୍ତ୍ତମାନ ଚିକିତ୍ସାଧୀନ ଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଡିସେମ୍ବର ୨୯ ତାରିଖରେ ହାଇଟେକ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଏସିରେ ଗ୍ୟାସ୍‌ ଭର୍ତ୍ତି ବେଳେ ବିସ୍ଫୋରଣ ହୋଇଥିଲା। ଏଥିରେ ଏକାଧିକ ଲୋକ ଆହତ ହୋଇଥିବା ବେଳେ ୪ ଜଣ ଗୁରୁତର ଭାବେ ଆହତ ହୋଇଥିଲେ। ୪ ଗୁରୁତରଙ୍କ ମଧ୍ୟରୁ ଦିଲ୍ଲୀପ କୁମାର ସାମନ୍ତରାୟଙ୍କର ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ଘଟିଥିବା ବେଳେ ବୁଧବାର ଆଉ ଜଣେ ଗୁରୁତର ଶ୍ରୀତମ ସାହୁଙ୍କ ମୃତ୍ୟୁ ଘଟିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories